Quoteଦେଶରେ ଭିତ୍ତିଭୂମି ବିକାଶର ବର୍ତ୍ତମାନର ଗତି ଏବଂ ବ୍ୟାପକତା ୧୪୦ କୋଟି ଭାରତୀୟଙ୍କ ଆକାଂକ୍ଷା ସହ ଠିକ୍ ମେଳ ଖାଉଛି
Quote"ସେଦିନ ଦୂର ନୁହେଁ ଯେତେବେଳେ ବନ୍ଦେ ଭାରତ ଦେଶର ପ୍ରତ୍ୟେକ ପ୍ରାନ୍ତକୁ ସଂଯୋଗ କରିବ"
Quote"ଜି - ୨୦ ସଫଳତା ଭାରତର ଗଣତନ୍ତ୍ର, ଜନସଂଖ୍ୟା ଏବଂ ବିବିଧତାର ଶକ୍ତି ପ୍ରଦର୍ଶନ କରିଛି"
Quote"ଭାରତ ଏହାର ବର୍ତ୍ତମାନ ଏବଂ ଭବିଷ୍ୟତର ଆବଶ୍ୟକତା ଗୁଡିକ ଉପରେ ଏକା ସହିତ କାର୍ଯ୍ୟ କରୁଛି"
Quoteଆଗାମୀ ଦିନରେ ଅମୃତ ଭାରତ ଷ୍ଟେସନ ନୂଆ ଭାରତର ପରିଚୟ ପାଲଟିବ
Quoteଏବେ ରେଳ ଷ୍ଟେସନର ଜନ୍ମଦିନ ପାଳନର ପରମ୍ପରାକୁ ଆହୁରି ବ୍ୟାପକ କରାଯିବ ଏବଂ ଏଥିରେ ଅଧିକରୁ ଅଧିକ ଲୋକ ସାମିଲ ହେବେ
Quoteରେଳବାଇର ପ୍ରତ୍ୟେକ କର୍ମଚାରୀଙ୍କୁ ସହଜ ଯାତ୍ରା ପ୍ରତି ନିରନ୍ତର ସମ୍ବେଦନଶୀଳ ରହିବାକୁ ପଡିବ ଏବଂ ଯାତ୍ରୀ ମାନଙ୍କୁ ଏକ ଭଲ ଅନୁଭୂତି ପ୍ରଦାନ କରିବାକୁ ପଡିବ
Quoteଭାରତୀୟ ରେଳବାଇ ଏବଂ ସମାଜରେ ପ୍ରତ୍ୟେକ ସ୍ତରରେ ଘଟୁଥିବା ପରିବର୍ତ୍ତନ ଏକ ବିକଶିତ ଭାରତ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ମୋର ବିଶ୍ୱାସ ରହିଛି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୯ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ନୂତନ ବନ୍ଦେ ଭାରତ ଟ୍ରେନ୍ ଗୁଡ଼ିକ ସମଗ୍ର ଦେଶରେ ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ଆଣିବା ଏବଂ ରେଳ ଯାତ୍ରୀ ମାନଙ୍କୁ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ସଫଳ କରିବା ଦିଗରେ ଏକ ଅନନ୍ୟ ପଦକ୍ଷେପ । ପ୍ରଧାନମନ୍ତ୍ରୀ ପତାକା ପ୍ରଦର୍ଶନ କରିବା ପରେ ଚଳାଚଳ ଆରମ୍ଭ କରିଥିବା ନୂତନ ଟ୍ରେନ୍ ଗୁଡ଼ିକ ହେଉଛି:

୧. ଉଦୟପୁର - ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ୍‌

୨. ତିରୁନେଲଭେଲି - ମଦୁରାଇ - ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍‌

୩. ହାଇଦ୍ରାବାଦ - ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍‌

୪. ବିଜୟୱାଡା - ଚେନ୍ନାଇ (ଭାୟା ରେନିଗୁଣ୍ଟା) ବନ୍ଦେ ଭାରତ ଏକ୍ସପ୍ରେସ୍‌

୫. ପାଟନା - ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌

୬. କାସରଗୋଡ – ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ

୭. ରାଉରକେଲା - ଭୁବନେଶ୍ୱର - ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌

୮. ରାଂଚି - ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌

୯. ଜାମନଗର - ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଏହି ଅବସରରେ ପ୍ରଧାନମନ୍ତ୍ରୀ ୯ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିି ଏହା ଦେଶରେ ଆଧୁନିକ ଯୋଗାଯୋଗର ଏକ ଅଭୂତପୂର୍ବ ଅବସର ବୋଲି କହିଥିଲେ । ଦେଶରେ ଭିତ୍ତିଭୂମି ବିକାଶର ଏହି ଗତି ଏବଂ ବ୍ୟାପକତା ୧୪୦ କୋଟି ଭାରତୀୟ ମାନଙ୍କର ଆକାଂକ୍ଷା ସହ ସମାନ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଆରମ୍ଭ ହୋଇଥିବା ଟ୍ରେନ୍ ଗୁଡ଼ିକ ଅଧିକ ଆଧୁନିକ ଏବଂ ଆରାମଦାୟକ । ସେ କହିଛନ୍ତି ଯେ ଏହି ବନ୍ଦେ ଭାରତ ଟ୍ରେନ୍ ଗୁଡିକ ନୂତନ ଭାରତର ନୂତନ ଉତ୍ସାହର ପ୍ରତୀକ । ବନ୍ଦେ ଭାରତ ଟ୍ରେନ୍‌ରେ ୧ କୋଟି ୧୧ ଲକ୍ଷରୁ ଅଧିକ ଯାତ୍ରୀ ଯାତ୍ରା କରିଛନ୍ତି ବୋଲି ସେ ସୂଚନା ଦେବା ସହ ବନ୍ଦେ ଭାରତକୁ ନେଇ ବଢୁଥିବା ଉତ୍ସାହ ଉପରେ ଖୁସି ବ୍ୟକ୍ତ କରିଥିଲେ ।

 

|

ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୨୫ଟି ବନ୍ଦେ ଭାରତ ଟ୍ରେନ୍ ଲୋକଙ୍କୁ ସେବା ପ୍ରଦାନ କରୁଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ଏଥିରେ ଆଜି ଆଉ ୯ଟି ବନ୍ଦେ ଭାରତ ଯୋଡ଼ି ହେବାକୁ ଯାଉଛି ଏବଂ ସେ କହିଛନ୍ତି ଯେ ବନ୍ଦେ ଭାରତ ଦେଶର ପ୍ରତ୍ୟେକ ପ୍ରାନ୍ତକୁ ସଂଯୋଗ କରିବାର ଦିନ ଦୂର ନୁହେଁ । ଯେଉଁମାନେ ସମୟ ସଞ୍ଚୟ କରିବାକୁ ଚାହୁଁଛନ୍ତି ଏବଂ ସେହି ସମାନ ଦିନରେ ଯାତ୍ରା କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ବନ୍ଦେ ଭାରତର ଉପଯୋଗୀତା ବିଷୟରେ ମଧ୍ୟ ସେ ଉଲ୍ଲେଖ କରିଥିଲେ । ବନ୍ଦେ ଭାରତ ସହ ଜଡିତ ସ୍ଥାନ ଗୁଡିକରେ ପର୍ଯ୍ୟଟନ ବୃଦ୍ଧି ଫଳରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇବ ବୋଲି ସେ ଆଲୋକପାତ କରିଥିଲେ ।

ଦେଶର ସଫଳତା ପାଇଁ ପ୍ରତ୍ୟେକ ନାଗରିକ ଗର୍ବ ଅନୁଭବ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦୀ ଦେଶରେ ଆଶା ଓ ଆତ୍ମବିଶ୍ୱାସର ବାତାବରଣ ଉପରେ ଆଲୋକପାତ କରିଛନ୍ତି । ସେ ଚନ୍ଦ୍ରଯାନ - ୩ ଏବଂ ଆଦିତ୍ୟ ଏଲ୍ - ୧ର ଐତିହାସିକ ସଫଳତା ବିଷୟରେ ଉଲ୍ଲେଖ କରିଥିଲେ । ସେହିଭଳି ଜି - ୨୦ ସଫଳତା ଭାରତର ଗଣତନ୍ତ୍ର, ଜନସଂଖ୍ୟା ଓ ବିବିଧତାର ଶକ୍ତିକୁ ପ୍ରଦର୍ଶିତ କରିଛି ବୋଲି ସେ କହିଥିଲେ ।

ନାରୀ ଶକ୍ତି ବନ୍ଦନ ଆଇନ୍‌କୁ ମହିଳାଙ୍କ ନେତୃତ୍ୱାଧୀନ ବିକାଶ ପାଇଁ ଏକ ନିର୍ଣ୍ଣାୟକ ମୁହୂର୍ତ୍ତ ବୋଲି ସେ ଉଲ୍ଲେଖ କରିଥିଲେ । ଏହି ପରିପ୍ରେକ୍ଷୀରେ ସେ ଉଲ୍ଲେଖ କରିଛନ୍ତି ଯେ ଅନେକ ରେଳ ଷ୍ଟେସନ ମହିଳା କର୍ମକର୍ତ୍ତାଙ୍କ ଦ୍ୱାରା ପରିଚାଳିତ ହେଉଛି ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକ ଆତ୍ମବିଶ୍ୱାସୀ ଭାରତ ତା'ର ବର୍ତ୍ତମାନ ଏବଂ ଭବିଷ୍ୟତର ଆବଶ୍ୟକତା ଉପରେ ଏକା ସହିତ କାର୍ଯ୍ୟ କରୁଛି । ଭିତ୍ତିଭୂମି ବିକାଶରେ ନିରବଚ୍ଛିନ୍ନ ସମନ୍ୱୟ ରକ୍ଷା କରିବା ଏବଂ ପରିବହନ ଏବଂ ରପ୍ତାନୀ ସମ୍ବନ୍ଧୀୟ ଶୁଳ୍କ ହ୍ରାସ ପାଇଁ ନୂତନ ଲଜିଷ୍ଟିକ୍ ନୀତି ପାଇଁ ସେ ପ୍ରଧାନମନ୍ତ୍ରୀ ଗତି ଶକ୍ତି ମାଷ୍ଟରପ୍ଲାନ୍ ବିଷୟରେ ଉଲ୍ଲେଖ କରିଥିଲେ । ଏକ ପରିବହନ ମାଧ୍ୟମ ଅନ୍ୟ ମାଧ୍ୟମକୁ ସମର୍ଥନ କରିବା ଉଚିତ ବୋଲି ସେ ବହୁବିଧ ସଂଯୋଗ ବିଷୟରେ ମଧ୍ୟ କହିଥିଲେ । ଏସବୁ ସାଧାରଣ ନାଗରିକ ମାନଙ୍କର ଯାତାୟାତକୁ ସହଜ କରିବା ନିମନ୍ତେ ବୋଲି ସେ ଉଲ୍ଲେଖ କରିଛନ୍ତି ।

ସାଧାରଣ ନାଗରିକ ମାନଙ୍କର ଜୀବନରେ ରେଳବାଇର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ପୂର୍ବ ସମୟରେ ଏହି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ପ୍ରତି ଅବହେଳା ପାଇଁ ମଧ୍ୟ ଦୁଃଖ ପ୍ରକାଶ କରିଥିଲେ । ଭାରତୀୟ ରେଳବାଇର ରୂପାନ୍ତରଣ ପାଇଁ ବର୍ତ୍ତମାନର ସରକାରଙ୍କ ପ୍ରୟାସ ବିଷୟରେ ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ବର୍ଦ୍ଧିତ ବଜେଟ ବିଷୟରେ ସୂଚନା ଦେଇଥିଲେ, ସେ କହିଥିଲେ ଯେ, ଚଳିତ ବର୍ଷର ରେଳ ବଜେଟ ୨୦୧୪ର ରେଳ ବଜେଟ୍ ଠାରୁ ୮ ଗୁଣ ଅଧିକ । ସେହି ଭଳି ଦୋହରୀକରଣ, ବିଦ୍ୟୁତୀକରଣ ଓ ନୂଆ ମାର୍ଗ ପାଇଁ କାମ ଚାଲିଛି ବୋଲି ସେ କହିଥିଲେ ।

ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରି କହିଥିଲେ ଯେ ବିକଶିତ ହେଉଥିବା ଏକ ଭାରତକୁ ଏବେ ଏହାର ରେଳ ଷ୍ଟେସନର ଆଧୁନିକୀକରଣ କରିବାକୁ ପଡିବ । ଏହି ଚିନ୍ତାଧାରାକୁ ଦୃଷ୍ଟିରେ ରଖି ଭାରତରେ ପ୍ରଥମ ଥର ପାଇଁ ରେଳ ଷ୍ଟେସନର ବିକାଶ ଓ ଆଧୁନିକୀକରଣ ପାଇଁ ଅଭିଯାନ ଆରମ୍ଭ ହୋଇଛି । ଆଜି ରେଳ ଯାତ୍ରୀ ମାନଙ୍କର ସୁବିଧା ପାଇଁ ଦେଶରେ ରେକର୍ଡ ସଂଖ୍ୟକ ଫୁଟଓଭର ବ୍ରିଜ୍‌, ଲିଫ୍ଟ ଓ ଏସ୍କେଲେଟର ନିର୍ମାଣ କରାଯାଉଛି । 

କିଛି ଦିନ ତଳେ ଦେଶର ୫୦୦ରୁ ଅଧିକ ପ୍ରମୁଖ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ଆରମ୍ଭ ହୋଇଛି । ଅମୃତ କାଳ ସମୟରେ ନିର୍ମିତ ଏହି ନୂତନ ଷ୍ଟେସନ ଗୁଡ଼ିକୁ ଅମୃତ ଭାରତ ଷ୍ଟେସନ କୁହାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଆଗାମୀ ଦିନରେ ଏହି ଷ୍ଟେସନ ଗୁଡ଼ିକ ନୂଆ ଭାରତର ପରିଚୟ ପାଲଟିବ ବୋଲି ସେ କହିଛନ୍ତି ।

ରେଳବାଇ ରେଳ ଷ୍ଟେସନ ପ୍ରତିଷ୍ଠାର 'ସ୍ଥାପନା ଦିବସ' ପାଳନ କରିବା ଆରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ ଏବଂ କୋଏମ୍ବାଟୁର, ଛତ୍ରପତି ଶିବାଜୀ ଟର୍ମିନାସ୍ ଏବଂ ମୁମ୍ବାଇରେ ଏହି ଉତ୍ସବ ବିଷୟରେ ଉଲ୍ଲେଖ କରିଥିଲେ । କୋଏମ୍ବାଟୁର ରେଳ ଷ୍ଟେସନକୁ ୧୫୦ ବର୍ଷ ପୂରଣ ହୋଇଛି । ଏବେ ରେଳ ଷ୍ଟେସନର ଜନ୍ମଦିନ ପାଳନର ଏହି ପରମ୍ପରାକୁ ଆହୁରି ବ୍ୟାପକ କରାଯିବ ଏବଂ ଏଥିରେ ଅଧିକରୁ ଅଧିକ ଲୋକ ସାମିଲ ହେବେ ବୋଲି ସେ କହିଛନ୍ତି ।

 

|

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକ ଭାରତ ଶ୍ରେଷ୍ଠ ଭାରତର ସ୍ୱପ୍ନକୁ ଦେଶ ସଂକଳ୍ପରୁ ସିଦ୍ଧିର ମାଧ୍ୟମରେ ପରିଣତ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବାକୁ ହେଲେ ପ୍ରତ୍ୟେକ ରାଜ୍ୟର ଏବଂ ପ୍ରତ୍ୟେକ ରାଜ୍ୟର ଜନସାଧାରଣଙ୍କ ବିକାଶ ହେବା ଜରୁରୀ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ । ସେ କହିଛନ୍ତି ଯେ ରେଳ ମନ୍ତ୍ରୀଙ୍କର ନିଜ ରାଜ୍ୟରେ ରେଳ ବିକାଶକୁ ଗୁରୁତ୍ୱ ଦେବାର ସ୍ୱାର୍ଥପର ଚିନ୍ତାଧାରା ଦେଶକୁ ବହୁତ କ୍ଷତି ପହଞ୍ଚାଇଛି ଏବଂ ବର୍ତ୍ତମାନ ଆମେ କୌଣସି ରାଜ୍ୟକୁ ପଛୁଆ ରଖି ପାରିବୁ ନାହିଁ । "ଆମକୁ ସବ୍‌କା ସାଥ୍‌, ସବକା ବିକାଶର ଏକ ପରିକଳ୍ପନା ସହିତ ଆଗକୁ ବଢ଼ିବାକୁ ପଡିବ ବୋଲି ସେ କହିଛନ୍ତି ।

କଠିନ ପରିଶ୍ରମୀ ରେଳ କର୍ମଚାରୀ ମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଯାତ୍ରୀମାନଙ୍କ ପାଇଁ ପ୍ରତ୍ୟେକ ଯାତ୍ରାକୁ ସ୍ମରଣୀୟ କରିବାକୁ କହିଥିଲେ । ରେଳବାଇର ପ୍ରତ୍ୟେକ କର୍ମଚାରୀଙ୍କୁ ସହଜ ଯାତ୍ରା ପ୍ରତି ନିରନ୍ତର ସମ୍ବେଦନଶୀଳ ରହିବାକୁ ପଡିବ ଏବଂ ଯାତ୍ରୀ ମାନଙ୍କୁ ଏକ ଭଲ ଅନୁଭୂତି ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ରେଳବାଇର ସ୍ୱଚ୍ଛତାର ନୂତନ ମାନଦଣ୍ଡକୁ ପ୍ରତ୍ୟେକ ନାଗରିକ ଦେଖିଛନ୍ତି । ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଅକ୍ଟୋବର ୧ ତାରିଖ ପୂର୍ବାହ୍ନ ୧୦ଟାରେ ପ୍ରସ୍ତାବିତ ସ୍ୱଚ୍ଛତା ଅଭିଯାନରେ ସାମିଲ ହେବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଅକ୍ଟୋବର ୨ରୁ ଅକ୍ଟୋବର ୩୧ ତାରିଖ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଖଦି ଓ ସ୍ୱଦେଶୀ ଦ୍ରବ୍ୟ କ୍ରୟରେ ନିଜକୁ ପୁନଃ ସମର୍ପଣ କରିବା ସହ ସ୍ଥାନୀୟ ଜିନିଷ ପାଇଁ ଅଧିକ ଆଗ୍ରହ ପ୍ରକାଶ କରିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

 

|

ଭାରତୀୟ ରେଳବାଇ ଏବଂ ସମାଜରେ ପ୍ରତ୍ୟେକ ସ୍ତରରେ ଘଟୁଥିବା ପରିବର୍ତ୍ତନ ଏକ ବିକଶିତ ଭାରତ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ମୋର ବିଶ୍ୱାସ ରହିଛି ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟ ସମାପ୍ତ କରି କହିଥିଲେ । .

ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମନ୍ତ୍ରଗଣ, ସାଂସଦ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଉପସ୍ଥିତ ଥିଲେ ।

ପୃଷ୍ଠଭୂମି

ଏହି ୯ଟି ଟ୍ରେନ୍ ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ବିହାର, ପଶ୍ଚିମବଙ୍ଗ, କେରଳ, ଓଡ଼ିଶା, ଝାଡ଼ଖଣ୍ଡ ଓ ଗୁଜରାଟ ଭଳି ୧୧ଟି ରାଜ୍ୟରେ ଯୋଗାଯୋଗ ବୃଦ୍ଧି କରିବ ।

ଏହି ବନ୍ଦେ ଭାରତ ଟ୍ରେନ୍ ଗୁଡ଼ିକ ସେମାନଙ୍କ ଚଳାଚଳ ମାର୍ଗରେ ଦ୍ରୁତତମ ଟ୍ରେନ୍ ହେବ ଏବଂ ଯାତ୍ରୀଙ୍କ ଯଥେଷ୍ଟ ସମୟ ସଞ୍ଚୟ କରିବାରେ ସହାୟକ ହେବ । ଏହି ମାର୍ଗରେ ଚଳାଚଳ କରୁଥିବା ବର୍ତ୍ତମାନର ଦ୍ରୁତତମ ଟ୍ରେନ୍ ତୁଳନାରେ ରାଉରକେଲା - ଭୁବନେଶ୍ୱର - ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ ଏବଂ କାସରଗୋଡ – ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ୍ ପ୍ରାୟ ୩ ଘଣ୍ଟା ଦ୍ରୁତ ହେବ । ହାଇଦ୍ରାବାଦ - ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଅଢ଼େଇ ଘଣ୍ଟାରୁ ଅଧିକ ସମୟ ଆଗୁଆ ଚାଲିବ । ତିରୁନେଲଭେଲି - ମଦୁରାଇ - ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍ ୨ ଘଣ୍ଟା ଅଧିକ ସମୟ ଆଗୁଆ ଚାଲିବ । ରାଞ୍ଚି- ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌, ପାଟନା - ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ଏବଂ ଜାମନଗର - ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍ ପ୍ରାୟ ୧ ଘଣ୍ଟା; ଏବଂ ଉଦୟପୁର - ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ ପ୍ରାୟ ଅଧ ଘଣ୍ଟା ଦ୍ରୁତ ଗତିରେ ଚାଲିବ ।

ଦେଶର ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ସ୍ଥଳୀ ଗୁଡ଼ିକର ଯୋଗାଯୋଗରେ ଉନ୍ନତି ଆଣିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଅନୁଯାୟୀ ରାଉରକେଲା - ଭୁବନେଶ୍ୱର - ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ ଏବଂ ତିରୁନେଲଭେଲି - ମଦୁରାଇ - ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ସହର ପୁରୀ ଏବଂ ମଦୁରାଇକୁ ସଂଯୋଗ କରିବ । ଏଥି ସହିତ ବିଜୟୱାଡ଼ା - ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍ ରେନିଗୁଣ୍ଟା ମାର୍ଗ ଦେଇ ଚଳାଚଳ କରିବ ଏବଂ ତିରୁପତି ତୀର୍ଥସ୍ଥଳକୁ ସଂଯୋଗ ପ୍ରଦାନ କରିବ ।

ଏହି ବନ୍ଦେ ଭାରତ ଟ୍ରେନ୍ ଚଳାଚଳ ଦେଶରେ ରେଳ ସେବାର ଏକ ନୂତନ ମାନଦଣ୍ଡ ଆରମ୍ଭ କରିବ । କବଚ ଟେକ୍ନୋଲୋଜି ସମେତ ବିଶ୍ୱସ୍ତରୀୟ ସୁବିଧା ଏବଂ ଉନ୍ନତ ନିରାପତ୍ତା ବୈଶିଷ୍ଟ୍ୟରେ ସଜ୍ଜିତ ଏହି ଟ୍ରେନ୍ ସାଧାରଣ ଲୋକ, ପେଶାଦାର, ବ୍ୟବସାୟୀ, ଛାତ୍ର ସମୁଦାୟ ଏବଂ ପର୍ଯ୍ୟଟକ ମାନଙ୍କୁ ଆଧୁନିକ, ଦ୍ରୁତ ଏବଂ ଆରାମଦାୟକ ଯାତ୍ରା ମାଧ୍ୟମ ଯୋଗାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ।

 

 

 

Click here to read full text speech

  • Reena chaurasia August 27, 2024

    BJP BJP
  • Musharraf Hussain choudhury March 14, 2024

    I proudly salute My honourable prime minister
  • Babla sengupta January 04, 2024

    Babla sengupta
  • venkatesh September 30, 2023

    பொருள் :- நெல்லை முதல் சென்னை வரை புதிதாக இயக்கப்படும் வந்தே ரயில் கோவில்பட்டி ரயில் நிலையத்தில் நின்று செல்ல வேண்டி :- ஐயா வணக்கம் , திருநெல்வேலி - சென்னை வந்தே பாரத் ரயில் வருகிற 24 -ஆம் தேதி (ஞாயிற்றுக்கிழமை) முதல் இயக்கப்படும் என தென்னக ரயில்வே கோட்ட மேலாளர் தெரிவித்தார். இந்த ரயில் சேவையை காணொலி காட்சி வழியாக தொடங்கி வைக்கும் மாண்புமிகு பாரத பிரதமர் திரு நரேந்திர மோடி அவா்களுக்கும் , மாண்புமிகு பாரத பிரதமர் திரு நரேந்திர மோடி அவா்களுக்கும் , ரயில்வே துறை அமைச்சர் அவா்களுக்கும் , ரயில்வே வாரியத்திற்கும் மனமார்ந்த நன்றி நன்றி நன்றி... திருநெல்வேலி - சென்னை இடையே இயக்கப்படும் வந்தே பாரத் ரயில் கோவில்பட்டி ரயில் நிலையத்தில் நின்று செல்ல நடவடிக்கை எடுக்குமாறு கேட்டுக்கொள்கிறோம். மதுரை ரயில்வே கோட்டத்தில் மதுரை - திருநெல்வேலிக்கு அடுத்து அதிக வருவாய் தருவது கோவில்பட்டி ரயில் நிலையம் ஆகும். கோவில்பட்டி ரயில் நிலையம் ‘ஏ’ கிரேடு அந்தஸ்தில் உள்ளது. மேலும் தென் தமிழ்நாட்டில் , கோவில்பட்டி ஒரு முதன்மையான தொழில் நகரமாகும் ஆகும். மேலும் கோவில்பட்டி தவிர , கோவில்பட்டி, கயத்தாறு , எட்டயபுரம் , விளாத்திகுளம் , சங்கரன்கோவில் ஆகிய 5 தாலுகா பகுதிகளைச் சேர்ந்த ஆயிரக்கணக்கான பொதுமக்கள் கோவில்பட்டி ரயில் நிலைத்திலிருந்து தான் பயணம் செய்து வருகின்றார். ஆனால் வருகிற 24-ந்தேதி முதல் மதுரை கோட்டத்தில் அதிக வருமானம் தரும் கோவில்பட்டி ரயில் நிலையத்தில் வந்தே பாரத் ரயில் நிற்காது. இதனால் கோவில்பட்டி மற்றும் சுற்றுப்புற கிராம மக்கள் கடும் ஏமாற்றம் அடைந்துள்ளனர்.  எனவே கோவில்பட்டி வியாபாரிகள் , பயணிகள் நலன் கருதி கோவில்பட்டி ரயில் நிலையத்தில் வந்தே பாரத் ரெயில் நின்று செல்ல நடவடிக்கை எடுக்குமாறு தாழ்மையுடன் கேட்டுக்கொள்கிறோம்.
  • Ram Kumar Singh September 28, 2023

    Jay shree Ganesh
  • Pihu Itoriya September 25, 2023

    Jai Hind🇮🇳
  • LunaRam Dukiya September 25, 2023

    सपने तो अपने होते हैं जितने मर्जी ले लो ऐसा ही एक नाराज होने पहले भी लगाया था याद होगा आपको इंदिरा इस इंडिया इंडिया इंदिरा क्या हाल हुआ था सभी को पता है वही वाला बोलने जा रहा है दुनिया देखेगी संसार देखेगा घबराने की जरूरत नहीं है हम सभी आपके साथ हैं 2024 हमारा है आपका है हम सब का है हम सनातनियों का है मैं सनातन बहन भाइयों से निवेदन करता हूं कि वह एक दूसरे को Xपर इंस्टाग्राम पर सोशल मीडिया पर जहां भी मौका लगे एक दूसरे को फॉलो करें वह सनातन धर्म की ताकत बढ़ाए जय सनातन जय भारत जय हिंदुस्तान याद रखेगा सारा जहां
  • LunaRam Dukiya September 25, 2023

    हमारे भारत में जैसे वंदे भारत ट्रेनों की बाढ़ सी आ गई है हर जगह हर प्रदेश में हर शहर में जहां भी देखो वंदे भारत आशा करता हूं कि आप 2024 से पहले हर शहर को एक वंदे भारत जरूर भेंट करेंगे यह मेरी आपसे वह ईश्वर से प्रार्थना है और प्रार्थना स्वीकार होगी ऐसी मेरी आशा है धन्यवाद सहित जय सनातन जय भारत जय हिंदुस्तान जय गौ माता की 2024 हमारा है आपका है हम सब का है
  • CHANDRA KUMAR September 25, 2023

    लोकसभा चुनाव 2024 विपक्षी गठबंधन का नाम 'इंडिया' (इंडियन नेशनल डेवलपमेंटल इन्क्लूसिव अलायंस) रखा गया है। बंगलूरू में एकजुट हुए समान विचारधारा वाले 26 राजनीतिक दलों ने इस नाम पर सहमति जताई और अगले लोकसभा चुनाव में भाजपा को सत्ता से बेदखल करने का संकल्प लिया। कांग्रेस पार्टी ने बहुत चतुराई से सत्ता पाने का तरीका खोज लिया है: 1. बीजेपी 10 वर्ष सत्ता में रहकर कुछ नहीं किया, इसीलिए अब सत्ता हमलोगों को दे दो। 2. जितना भ्रष्टाचारी नेता हमारे पार्टी में था, वो सब बीजेपी में चला गया। अब दोनों तरफ भ्रष्टाचारी लोग है, इसीलिए सत्ता मुझे दे दो। 3. बीजेपी ने काला धन विदेश से नहीं लाया, इसीलिए सभी काला धन बीजेपी का है। अडानी अंबानी का काला धन बीजेपी बचा रही है। इसीलिए मुझे सत्ता दे दो, हम अडानी अंबानी का पैसा जनता में बांट देंगे। 4. सिर्फ बीजेपी ही देशभक्त पार्टी नहीं है, हम देशभक्त पार्टी हैं और मेरा पार्टी गठबंधन का नाम ही इंडिया है। 5. भारतीयों के पास सभी समस्या का अब एक ही उपाय है, बीजेपी को छोड़कर विपक्ष को अपना लो। क्योंकि विपक्ष एकजुट हो गया है तो एकसाथ काम भी कर लेगा। अब बीजेपी को यह साबित करना होगा की 1. राष्ट्र निर्माण के लिए दस वर्ष पर्याप्त नहीं है। हमने दस वर्ष में जो काम किया है, उससे भी ज्यादा काम अगले पांच वर्ष में करेंगे। 2. सभी विपक्षी दल देश को लूटने के लिए एकजुट हो गया है, विपक्षी दलों में एक भी दूरदर्शी नेता नहीं हैं। 3. विपक्षी दल नेतृत्व विहीन है, देश हित बड़ा निर्णय ले सकने वाला एक भी नेता विपक्ष के पास नहीं है। 4. बीजेपी ने आज तक ईमानदारी से देश हित में कार्य किया है, सभी बड़े प्रोजेक्ट समय पर और कम खर्च में पूरा किया है। 5. बीजेपी कालाधान वापस लाने के प्रयास में जुटा हुआ है। अब बीजेपी को दो कदम और उठाने की जरूरत है: 1. मुस्लिम और ईसाई मतदाताओं को मतदान करने से वंचित कर दिया जाए। इससे विपक्षी दलों का बहुत बड़ा नुकसान होगा। 2. इंडिया शब्द को संविधान से पूरी तरह हटा दिया जाए। इससे देशभर में इंडिया शब्द से ही विश्वास उठ जायेगा। विपक्षी दल इंडिया ब्रांड का इस्तेमाल बीजेपी के खिलाफ करना चाहता है, इसका प्रति उत्तर देना ही होगा। सर्वोत्तम उपाय : 1. संविधान में संशोधन किया जाए, और एक अधिनियम संविधान में जोड़ दिया जाए। अथवा एक अध्यादेश चुनाव से ठीक पहले पारित कर दिया जाए , "विदेशी धर्म का अनुयाई, विदेशी है। अर्थात सभी मुस्लिम , ईसाई, यहूदी, पारसी, जोराष्ट्रीयन आदि विदेशी है। इन्हें भारत में शरणार्थी घोषित किया जाता है तथा इनसे भारतीय नागरिकता वापस लिया जाता है।" इसके बाद कोई भी विदेशी धर्म मानने वाला मतदान नहीं कर पायेगा और चुनाव में प्रतिनिधि के रूप में खड़ा भी नहीं हो पायेगा। बीजेपी के लिए लोकसभा चुनाव 2024 में विजयी होना बहुत आवश्यक है। विपक्षी दल मोदी को हर हाल में हराना चाहता है। भारतीयों ने पृथ्वीराज चौहान को हारते देखा, महाराणा प्रताप को भागते देखा, शिवाजी को छिपते देखा और सुभाष चंद्र बोस को लापता होते देखा। अब मोदीजी को हारते हुए देखने का मन नहीं कर रहा है। इसीलिए बीजेपी वालों तुम्हें लोकसभा चुनाव 2024 हर हाल में जीतना है, विजय महत्वपूर्ण है, इतिहास में विजेता के सभी अपराध क्षम्य है। अर्जुन ने शिखंडी के पीछे छिपकर भीष्म का वध किया, युधिष्ठिर ने झूठ बोलकर द्रोणाचार्य का वध कराया, अर्जुन ने निहत्थे कर्ण पर बाण चलाया, भीम ने दुर्योधन के कमर के नीचे मारा तब जाकर महाभारत का युद्ध जीता गया। रामजी ने बाली का छिपकर वध किया था। इसीलिए बीजेपी को चाहिए की वह मुस्लिम और ईसाई मतदाताओं को लोकसभा चुनाव 2024 में मतदान ही नहीं करने दे। जैसे एकलव्य और बर्बरीक को महाभारत के युद्ध में भाग लेने नहीं दिया गया। एकलव्य का अंगूठा ले लिया गया और बर्बरीक का गर्दन काट दिया गया। 2. लोकसभा चुनाव 2024 में मतदान कार्य को शिक्षक वर्ग ही संभालेगा। शिक्षक ही presiding officer बनकर चुनाव संपन्न कराता है। इसीलिए सभी शिक्षक को उत्तम शिक्षण कार्य करने के लिए प्रोत्साहित करने के बहाने से, दुर्गा पूजा में कपड़ा खरीदने हेतु, सभी शिक्षक के बैंक खाते में दो हजार भेज दिया जाए। सभी शिक्षक बीजेपी को जीतने के लिए जोर लगा देगा। 3. बीजेपी के द्वारा देश के सभी राज्य में दुर्गा पूजा का भव्य आयोजन कराया जाए और नारी सशक्तिकरण का संदेश देश भर में दिया जाए। दुर्गा मां की प्रतिमा के थोड़ा बगल में भारत माता का प्रतिमा भी हर जगह बनवाया जाए। चंद्रयान की सफलता को हर जगह प्रदर्शित करवाया जाए। यदि संभव हो तो हर हिंदू मजदूर, खासकर बिहारी मजदूरों को जो दूसरे राज्य में गए हुए हैं, को घर पहुंचने के लिए पैसा दिया जाए और उस पैसे को थोड़ा बढ़ाकर दिया जाए, ताकि हर मजदूर अपने अपने बच्चों के लिए कपड़ा भी खरीदकर ले जाए। बीजेपी को एक वर्ष तक गरीब वर्ग को कुछ न कुछ देना ही होगा, तभी आप अगले पांच वर्षों तक सत्ता में बने रहेंगे। 4. देशभक्ति का नया सीमा रेखा खींच दीजिए, जिसे कांग्रेस और विपक्षी दल पार नहीं कर सके। लोकसभा में एक प्रस्ताव लेकर 1947 के भारत विभाजन को रद्द कर दिया जाए। इससे निम्न लाभ होगा: 1. भारतीय जनता के बीच संदेश जायेगा की जिस तरह से बीजेपी ने राम मंदिर बनाया, धारा 370 को हटाया, उसी तरह से पाकिस्तान को भारत में मिलाया जायेगा। 2. पाकिस्तान की सीमा रेखा का महत्व खत्म हो जायेगा। यदि भारतीय सेना पाकिस्तान की सीमा पार भी कर जायेगी, तब भी उसे अपराध। नहीं माना जायेगा। 3. चीन पाकिस्तान कोरिडोर गैर कानूनी हो जायेगा। भारत अधिक मुखरता से चीन पाकिस्तान कोरिडोर का विरोध अंतरराष्ट्रीय मंचों पर कर सकेगा। 4. पाकिस्तानी पंजाब के क्षेत्र में सिक्खों का घुसपैठ कराकर, जमीन पर एक एक इंच कब्जा किया जाए। जैसे चीन पड़ोसी देश के जमीन को कब्जाता है, बिलकुल वैसा ही रणनीति अपनाया जाए। पाकिस्तान आज बहुत कमजोर हो गया है, उसके जमीन को धीरे धीरे भारत में मिलाया जाए। 5. कश्मीर में पांच लाख बिहारी लोगों को घर बनाकर दिया जाए। इससे कश्मीर का डेमोग्राफी बदलेगा और कश्मीरी पंडित को घर वापसी का साहस जुटा पायेगा। कांग्रेस पार्टी जितना इसका विरोध करेगा बीजेपी को उतना ही ज्यादा फायदा होगा। 6. भाषा सेतु अभियान : इस अभियान के तहत देश भर में सभी भाषाओं को बराबर महत्व देते हुए, संविधान में वर्णित तथा प्रस्तावित सभी भाषाओं के शिक्षकों की भर्ती निकाली जाए। इससे भारतवासियों के बीच अच्छा संदेश जायेगा। उत्तर भारत में दक्षिण भारतीय भाषाएं सिखाई जाए और दक्षिण भारत में उत्तर भारतीय भाषाएं सिखाई जाए। पूरब में पश्चिमी भारतीय भाषाएं सिखाई जाए और पश्चिम में पूर्वी भारत की भाषाएं सिखाई जाए। कर्मचारी चयन आयोग दिल्ली को आदेश दिया जाए, की वह (1) असमिया, ( 2 ) बंगाली (3) गुजराती, (4) हिंदी, (5) कन्नड, (6) कश्मीरी, (7) कोंकणी, (8) मलयालम, ( 9 ) मणिपुरी, (10) मराठी, (11) नेपाली, ( 12 ) उड़िया, ( 13 ) पंजाबी, ( 14 ) संस्कृत, ( 15 ) सिंधी, ( 16 ) तमिल, ( 17 ) तेलुगू (18) उर्दू (19) बोडो, (20) संथाली (21) मैथिली (22) डोंगरी तथा (१) अंगिका (२) भोजपुरी (३) छतीसगढ़ी और (४) राजस्थानी भाषाओं के शिक्षक की भर्ती निकाले। प्रत्येक भाषा में पांच हजार शिक्षक की भर्ती निकाले, जिसे राष्ट्रीय स्तर पर किसी भी राज्य में नियुक्त किया जा सके, और भविष्य में किसी भी विद्यालय अथवा किसी भी राज्य में स्थानांतरित किया जा सके। 7. भाषा सेतु अभियान को सफल बनाने के लिए, देश भर में पांच वर्ष के लिए अंग्रेजी भाषा को शिक्षण का माध्यम बनाने पर प्रतिबंधित कर दिया जाए। अंग्रेजी एक विषय के रूप में पढ़ाया जा सकता है लेकिन अंग्रेजी माध्यम में सभी विषय को पढ़ाने पर प्रतिबंध लगा दिया जाए। इससे देश भर में अभिभावकों से पैसा वसूल करने के षड्यंत्र को रोका जा सकेगा। 8. देश में किसी भी परीक्षा में अंग्रेजी माध्यम में प्रश्न नहीं पूछा जाए। अंग्रेजी विषय ऐच्छिक बना दिया जाए। यूपीएससी एसएससी आदि परीक्षाओं में, भाषा की नियुक्ति में ही अलग से अंग्रेजी का प्रश्न पत्र दिया जाए। अन्य सभी प्रकार की नियुक्ति में अंग्रेजी विषय को हटा दिया जाए। इससे देश भर में बीजेपी का लोक प्रियता बढ़ जायेगा। भारतीय बच्चों के लिए अंग्रेजी पढ़ना बहुत ही कठिन कार्य है, अंग्रेजी भाषा का ग्रामर , उच्चारण, शब्द निर्माण कुछ भी नियम संगत नहीं है। अंग्रेजी भाषा में इतनी अधिक भ्रांतियां है और अंग्रेजी भाषा इतना अव्यवहारिक है कि इसे सीखने में बच्चों की सारी ऊर्जा खर्च हो जाती है। बच्चों के लिए दूसरे विषय पर ध्यान देना मुश्किल हो जाता हैं। बच्चों की रचनात्मकता, कल्पनाशीलता को निखारने के लिए अंग्रेजी से उन्हें आजाद करना होगा, बच्चों को उसके मातृभाषा से जोड़ना होगा। छात्रों को अपनी सभ्यता संस्कृति भाषा आदि पर गर्व करना सिखाना होगा। 9. राजस्थान के कोटा में 24 छात्रों ने इसी वर्ष आत्महत्या कर लिया। मोदीजी को उन सभी आत्महत्या कर चुके छात्र छात्राओं के माता पिता से मिलना चाहिए। जिन बच्चों ने डॉक्टर बनकर दूसरे की जान बचाने का सपना देखा, उन्हीं बच्चों ने तनाव में आकर अपना जान दे दिया। 10. देश भर के निजी शिक्षण संस्थानों के लिए कुछ नियम बनाना चाहिए : १. शिक्षण संस्थानों के एक कमरे में अधिकतम साठ (60) बच्चों को ही बैठाकर पढ़ा सकता है। अर्थात शिक्षक छात्र का अनुपात हमेशा एक अनुपात साठ हो, चाहे क्लासरूम कितना ही बड़ा क्यों न हो। क्योंकि छात्रों को अपने शिक्षक से प्रश्न भी पूछना होता है, यदि एक क्लासरूम में सौ ( 100 ) से ज्यादा छात्र बैठा लिया जाए, तब छात्र शिक्षक के बीच दूरियां पैदा हो जाती है। फिर छात्र तनाव में रहने लगता है। वह शिक्षक को कुछ बता नहीं पाता है और आत्महत्या कर लेता है। २. एक शिक्षक एक छात्र से अधिकतम एक हजार रुपए प्रति महीना शिक्षण शुल्क ले सकता है और वर्ष में अधिकतम बारह हजार रुपए। इससे अभिभावक से पैसा मांगने में छात्रों को शर्मिंदा होना नहीं पड़ेगा। छात्र अपने अभिभावक से पैसा मांगते समय बहुत तनाव में रहता है। कई बार अभिभावक कह देता है, सिर्फ पैसा पैसा, कितना पैसा देंगे हम। ३. एक शिक्षण संस्थान, एक छात्र से ऑनलाइन शिक्षण शुल्क अधिकतम पांच हजार रुपए ले सकता है। क्योंकि ऑनलाइन शिक्षण कार्य में कई छात्र एक साथ जुड़ जाते हैं। कई बार रिकॉर्डिंग किया हुआ शिक्षण सामग्री दे दिया जाता है। इन शिक्षण सामग्री का मनमाना शुल्क लेने से रोका जाए। भारत में गरीब छात्र तभी अपराधी बनता है जब वह देखता है की शिक्षा भी सोना चांदी की तरह खरीदा बेचा जा रहा है। इसका इतना पैसा , उसका उतना पैसा। ४. शिक्षण संस्थान केवल शिक्षा देने का कार्य करेगा। बच्चों का यूनिफॉर्म बेचना, किताब कॉपी बेचना, होस्टल से पैसा कमाना, एक साथ इतने सारे स्रोतों से पैसा कमाने पर प्रतिबंध लगाया जाए। यह सभी कार्य अलग अलग संस्थान, अलग अलग लोगों के द्वारा किया जाए। यदि कोई शिक्षण संस्थान छात्रों से अवैध पैसा लेते हुए पकड़ा जाए तब उन पर आजीवन शिक्षण कार्य करने से प्रतिबंधित कर दिया जाए। ५. गरीब विद्यार्थियों की एक बहुत बड़ी समस्या यह है की उन्हें यूनिफॉर्म पहनना पड़ता है। विद्यालय जाते समय अलग कपड़ा पहनना और वापस आकर घर का कपड़ा पहनना। मतलब एक दिन में दो कपड़ा गंदा हो जाता है। छात्र के पास कम से कम चार जोड़ा कपड़ा होना चाहिए। छोटे छोटे बच्चों को हर रोज रंग बिरंगा कपड़ा पहनकर विद्यालय आने देना चाहिए। इसीलिए प्राथमिक विद्यालय के छोटे छोटे बच्चों को यूनिफॉर्म पहनने के अनुशासन से मुक्त रखा जाए। निजी शिक्षण संस्थानों को भी निर्देश दिया जाए की वह छोटे बच्चों को रंग बिरंगे कपड़ों में ही विद्यालय आने के लिए प्रेरित करे। बच्चों के अंदर की विविधता को ईश्वर ने विकसित किया है। यदि ईश्वर ने यूनिफॉर्म चाइल्ड पॉलिसी लागू कर दिया, और हम सबों के बच्चे एक जैसे दिखने लगे, तब कितनी समस्या होगी, जरा सोचकर देखिए। पश्चिमी देशों की मान्यता को रद्द किया जाए और यूनिफॉर्म में विद्यालय आने की बाध्यता को हटाया जाए। न्यायालय के न्यायाधीश काला चोगा पहनते हैं जिससे वे बड़े अजीब लगते हैं। कानून लागू कराने वाले व्यक्ति को सभी रंगों को प्राथमिकता देनी चाहिए, काले कपड़े तो चोर पहनकर रात में चोरी करने निकलते हैं ताकि पकड़े जाने से बच सके। न्यायालय के न्यायाधीशों को काला चोगा पहनने के बजाए, राजस्थानी अंगरखे को पहनना चाहिए, जिसमें वह ज्यादा आकर्षक और भव्य लगेगा। अभी न्यायालय जाने पर चारों तरफ अजीब सा उदासी, मायूसी, गमगीन माहौल नजर आता है। ऊपर से काले कोट वाले वकील और काले चोगे वाले न्यायाधीश वातावरण को निराशा से भर देता है। भारतीय न्यायाधीश को भारतीय अंगरखा पहनना चाहिए, राजस्थानी लोग कई तरह के सुंदर आकर्षक अंगरखा बनाना जानता है। उनमें से कोई भी न्यायाधीशों को पहनने के लिए सुझाव दिया जाए।
  • Pihu Itoriya September 25, 2023

    Vande Matram
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India’s Average Electricity Supply Rises: 22.6 Hours In Rural Areas, 23.4 Hours in Urban Areas

Media Coverage

India’s Average Electricity Supply Rises: 22.6 Hours In Rural Areas, 23.4 Hours in Urban Areas
NM on the go

Nm on the go

Always be the first to hear from the PM. Get the App Now!
...
PM pays tributes to revered Shri Kushabhau Thackeray in Bhopal
February 23, 2025

Prime Minister Shri Narendra Modi paid tributes to the statue of revered Shri Kushabhau Thackeray in Bhopal today.

In a post on X, he wrote:

“भोपाल में श्रद्धेय कुशाभाऊ ठाकरे जी की प्रतिमा पर श्रद्धा-सुमन अर्पित किए। उनका जीवन देशभर के भाजपा कार्यकर्ताओं को प्रेरित करता रहा है। सार्वजनिक जीवन में भी उनका योगदान सदैव स्मरणीय रहेगा।”