ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶାରେ ଭିଡିଓ ଲିଙ୍କ ଜରିଆରେ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ଵବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ନିଜ ଉଦବୋଧନରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି କେବଳ ଏକ ଟୁର୍ଣ୍ଣାମେଣ୍ଟର ଆରମ୍ଭ ହୋଇନାହିଁ ବରଂ ଏହା ଭାରତର କ୍ରୀଡା ଆନ୍ଦୋଳନର ପରବର୍ତ୍ତୀ ପର୍ଯ୍ୟାୟର ଆରମ୍ଭ । ଏଠାରେ ଆପଣମାନେ କେବଳ ଅନ୍ୟ ସହିତ ନୁହେଁ, ନିଜ ସହିତ ମଧ୍ୟ ପ୍ରତିଯୋଗୀତା କରୁଛନ୍ତି ।
ସେ କହିଥିଲେ, ମୁଁ ଆପଣଙ୍କ ସହିତ ଟେକ୍ନୋଲଜି ମାଧ୍ୟମରେ ଯୋଡି ହୋଇ ରହିଛି, କିନ୍ତୁ ଯେଉଁ ପରିବେଶ ଅଛି, ଯେଉଁ ଉତ୍ସାହ ଅଛି, ଯେଉଁ ଭାବନା ଅଛି, ଯେଉଁ ଶକ୍ତି ଅଛି, ତାହାକୁ ମୁଁ ଅନୁଭବ କରିପାରୁଛି । ଆଜି ଓଡିଶାରେ ନୂଆ ଇତିହାସ ସୃଷ୍ଟି ହୋଇଛି । ଭାରତ ଇତିହାସରେ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଆଜିଠାରୁ ଆରମ୍ଭ ହେଉଛି । ଏହା ଭାରତୀୟ କ୍ରୀଡ଼ା ପାଇଁ କେବଳ ଏକ ଐତିହାସିକ ସୋପାନ ନୁହେଁ ବରଂ କ୍ରୀଡ଼ାର ଭବିଷ୍ୟତ ପାଇଁ ମଧ୍ୟ ଏକ ବହୁତ ବଡ଼ ପଦକ୍ଷେପ ।
ପ୍ରଧାନମନ୍ତ୍ରୀ କହିଥିଲେ, ଖେଲୋ ଇଣ୍ଡିଆ ଅଭିଯାନ ଦେଶର କୋଣଅନୁକୋଣରେ ଖେଳ ପ୍ରତି ଆଗ୍ରହ ବୃଦ୍ଧି କରିଛି । ଏହା ଯୁବ ପ୍ରତିଭା ଚିହ୍ନଟରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି । 2018ରେ ଖେଲୋ ଇଣ୍ଡିଆ ଅଭିଯାନ ଆରମ୍ଭ କରିବା ସମୟରେ ପ୍ରତିଯୋଗୀଙ୍କ ସଂଖ୍ୟା ସାଢ଼େ ତିନି ହଜାର ଥିଲା, ମାତ୍ର ତିନି ବର୍ଷ ମଧ୍ୟରେ ଏହା ବୃଦ୍ଧି ପାଇଁ 6 ହଜାରରୁ ଅଧିକ ହୋଇଯାଇଛି, ଅର୍ଥାତ ପାଖାପାଖି ଦୁଇଗୁଣ ।
ପ୍ରଧାନମନ୍ତ୍ରୀ କହିଥିଲେ, ଖେଲୋ ଇଣ୍ଡିଆ ସ୍କୁଲ ଗେମ୍ସରେ 80ଟି ରେକର୍ଡ ଭାଙ୍ଗିଥିଲା । ଏଥିମଧ୍ୟରୁ 56ଟି ରେକର୍ଡ କେବଳ ଆମର ଝିଅମାନେ ଭାଙ୍ଗିଥିଲେ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏହି ଅଭିଯାନ ଫଳରେ ଛୋଟ ସହର, ଗାଁ, ଦ୍ଵିତୀୟ ଓ ତୃତୀୟ ଶ୍ରେଣୀ ସହରରୁ, ଗରିବ ପରିବାରରୁ ଆସିଥିବା କ୍ରୀଡ଼ା ପ୍ରତିଭା ସଫଳତା ହାସଲ କରିବାର ସୁଯୋଗ ପାଉଛନ୍ତି ।
ପ୍ରଧାନମନ୍ତ୍ରୀ କହିଥିଲେ, ଗତ 5-6 ବର୍ଷ ଧରି ଭାରତରେ କ୍ରୀଡ଼ାର ପ୍ରୋତ୍ସାହନ ପାଇଁ ଲଗାତାର ପ୍ରୟାସ କରାଯାଉଛି । ପ୍ରତିଭା ଚିହ୍ନଟ, ତାଲିମ କିମ୍ବା ଚୟନ ପ୍ରକ୍ରିୟା ହେଉ ପ୍ରତ୍ୟେକ ସ୍ତରରେ ସ୍ୱଚ୍ଛତାକୁ ପ୍ରୋତ୍ସାହିତ କରାଯାଉଛି ।
ପ୍ରଧାନମନ୍ତ୍ରୀ କହିଥିଲେ, ଏମାନେ ହେଉଛନ୍ତି ସେହି ଖେଳାଳି ଯେଉଁମାନେ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ଲାଗି ସମ୍ଭାବ୍ୟ ତାଲିକାରେ ସ୍ଥାନ ପାଇଛନ୍ତି । ଏହି ଯୋଜନାର ଲାଭ ପାଉଥିବା ଖେଳାଳି ରାଜ୍ୟଗୋଷ୍ଠୀ କ୍ରୀଡ଼ା, ଏସିଆନ ଗେମ୍ସ, ଏସିଆନ ପାରା ଗେମ୍ସ, ଯୁବ ଅଲିମ୍ପିକ୍ସ ଭଳି ଭିନ୍ନ ଭିନ୍ନ ମୁକାବିଲାରେ 200ରୁ ଅଧିକ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଛନ୍ତି । ଆପଣମାନେ ନିଜ ପ୍ରଦର୍ଶନରେ ସୁଧାର ଆଣିବା ଏବଂ ନୂତନ ଉଚ୍ଚତା ହାସଲ କରିବା ଆହୁରି ଗୁରୁତ୍ୱପୂର୍ଣ୍ଣ ।
मैं आपके साथ टेक्नॉलॉजी के माध्यम से जुड़ रहा हूं, लेकिन वहां जो माहौल है, जो उत्साह है, जो जुनून है, जो ऊर्जा है, उसको मैं अनुभव कर सकता हूं: PM @narendramodi
— PMO India (@PMOIndia) February 22, 2020
आज ओडिशा में नया इतिहास बना है। भारत के इतिहास में पहले खेलो इंडिया यूनिवर्सिटी गेम्स की शुरुआत आज से हो रही है।
— PMO India (@PMOIndia) February 22, 2020
ये भारत के खेल इतिहास में ऐतिहासिक पड़ाव तो है ही, भारत के खेलों के भविष्य के लिए भी एक बड़ा कदम है: PM @narendramodi
आने वाले दिनों में आपके सामने लक्ष्य 200 से ज्यादा गोल्ड मेडल जीतने का तो है ही, उससे भी अहम आपके अपने प्रदर्शन में सुधार, आपके खुद के सामर्थ्य को नई ऊंचाई देना है।
— PMO India (@PMOIndia) February 22, 2020
भुवनेश्वर में आप एक दूसरे से तो कंपीट कर ही रहे हैं, खुद से भी कंपीट कर रहे हैं: PM @narendramodi
आज का ये दिन सिर्फ एक टूर्नामेंट का आरंभ मात्र नहीं है, बल्कि भारत में खेल आंदोलन के अगले चरण की शुरुआत है।
— PMO India (@PMOIndia) February 22, 2020
खेलो इंडिया अभियान ने देश के कोने-कोने में खेलों के प्रति आकर्षण और युवा टैलेंट की पहचान में अहम भूमिका निभाई है: PM @narendramodi
साल 2018 में जब खेलो इंडिया गेम्स की शुरुआत हुई थी, तब इसमें 3500 खिलाड़ियों ने हिस्सा लिया था। लेकिन महज तीन वर्षों में खिलाड़ियों की संख्या 6 हजार से अधिक हो गई है, यानि लगभग दोगुनी: PM @narendramodi
— PMO India (@PMOIndia) February 22, 2020
बीत 5-6 वर्षों से भारत में Sports के Promotion और Participation के लिए ईमानदार प्रयास किए जा रहे हैं। टैलेंट की पहचान हो, ट्रेनिंग हो, या फिर चयन प्रक्रिया हो, हर तरफ ट्रांसपेरेंसी को प्रमोट किया जा रहा है: PM @narendramodi
— PMO India (@PMOIndia) February 22, 2020
ये वो खिलाड़ी हैं जो टोक्यो ओलंपिक्स में हिस्सा लेने के लिए संभावित हैं। इस योजना का लाभ पाने वाले खिलाड़ियों ने कॉमनवेल्थ गेम्स, एशियन गेम्स, एशियन पैरा गेम्स, यूथ ओलंपिक्स जैसे मुकाबलों में 200 से अधिक पदक देश को दिलाए हैं: PM @narendramodi
— PMO India (@PMOIndia) February 22, 2020
खिलाड़ी अपना ध्यान सिर्फ अपने श्रेष्ठ प्रदर्शन पर लगाए, बाकी की चिंता देश कर रहा है। प्रयास ये है कि पढ़ाई के साथ-साथ खेल भी बढ़े और फिटनेस का लेवल भी ऊंचा हो: PM @narendramodi
— PMO India (@PMOIndia) February 22, 2020