ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଡିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି ।

ଉଭୟ ନେତା କୋଭିଡ-୧୯ ମହାମାରୀ ସମ୍ପର୍କରେ ଆଲୋଚନା କରିଥିଲେ । ରାଷ୍ଟ୍ରପତି ପୁଟିନ ଏହି ସମୟରେ ଭାରତ ସରକାର ଓ ଦେଶବାସୀଙ୍କ ସହିତ ଅଛନ୍ତି ଓ ରୁଷ ଯଥା ସମ୍ଭବ ସାହାଯ୍ୟ ଯୋଗାଇ ଦେବ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ରାଷ୍ଟ୍ରପତି ପୁଟିନଙ୍କୁ ଧନ୍ୟବାଦ ଜଣାଇବା ସହ ଭାରତକୁ ରୁଷର ସାହାଯ୍ୟ ଦୁଇ ଦେଶର ବନ୍ଧୁତ୍ୱର ପ୍ରତୀକ ବୋଲି କହିଥିଲେ ।

ଉଭୟ ନେତା ବୈଶ୍ୱିକ ମହାମାରୀ ମୁକାବିଲା କରିବା ଦିଗରେ ଦୁଇ ଦେଶର ସହଯୋଗ ସମ୍ପର୍କରେ ଆଲୋଚନା କରିଥିଲେ । ସ୍ପୁଟନିକ୍‌-ଭି ଟିକାର ଆପତକାଳୀନ ବ୍ୟବହାରକୁ ଭାରତ ଅନୁମୋଦନ କରିବା ନେଇ ପୁଟିନ ତାହାର ପ୍ରଶଂସା କରିଥିଲେ । ଭାରତ, ରୁଷ ଓ ଅନ୍ୟାନ୍ୟ ଦେଶରେ ରୁଷୀୟ ଟିକା ପ୍ରସ୍ତୁତ ହେବ ବୋଲି ଦୁଇଦେଶ ନେତା ଉଲ୍ଲେଖ କରିଥିଲେ । 

ଦୁଇଦେଶର ସ୍ୱତନ୍ତ୍ର ଅଂଶୀଦାରୀତା ମନୋଭାବ ଦୃଷ୍ଟିରୁ ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଦୃଢ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଭାରତରେ ଗଗନଯାନ କାର୍ଯ୍ୟକ୍ରମ ଓ ଏଥିପାଇଁ ଚାରିଜଣ ମହାକାଶଚାରିଙ୍କ ରୁଷରେ ତାଲିମ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ସାଧୁବାଦ ଜଣାଇଥିଲେ ।

ଉଦ୍‌ଜାନ ମିତବ୍ୟୟିତା ସହ ଅକ୍ଷୟ ଶକ୍ତି କ୍ଷେତ୍ରରେ ଉଭୟ ଦେଶର ଅଧିକ ସହଯୋଗ ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ଉଭୟ ଦେଶର ବୈଦେଶିକ ଓ ପ୍ରତିରକ୍ଷା ମନ୍ତ୍ରୀ ନୂତନ ଭାବେ ବିଭିନ୍ନ ଆଲୋଚନା ପାଇଁ ଦୁଇ ନେତାଙ୍କ ମଧ୍ୟରେ ସହମତି ହୋଇଥିଲା ।

ସେପ୍ଟେମ୍ବର ୨୦୧୯ରେ ଉଭୟ ନେତା ଭ୍ଲାଡିଭୋଷ୍ଟକ ଶିଖର ସମ୍ମିଳନୀରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମଧ୍ୟ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଗାମୀ ଦିନରେ ପୁଟିନଙ୍କୁ ଭାରତ ଆସିଲେ ଉଭୟନେତା ଦ୍ୱିପାକ୍ଷିକ ଆଲୋଚନା ଅଧିକ ବ୍ୟାପକ ହୋଇପାରିବ ବୋଲି କହିଥିଲେ । ୨୦୨୧ ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧିନାୟକତ୍ୱକୁ ରୁଷ ପୂର୍ଣ୍ଣ ସମର୍ଥନ ଦେବ ବୋଲି ଶ୍ରୀ ପୁଟିନ ପ୍ରଧାନମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଦ୍ୱିପାକ୍ଷିକ ଓ ଆନ୍ତର୍ଜାତିକ ବ୍ୟାପାରରେ ଉଭୟନେତା ଆଲୋଚନା କରିବେ ବୋଲି ନିଜ ନିଜ ସମ୍ମତି ପ୍ରଦାନ କରିଥିଲେ ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India's first microbiological nanosat, developed by students, to find ways to keep astronauts healthy

Media Coverage

India's first microbiological nanosat, developed by students, to find ways to keep astronauts healthy
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 20, 2025
February 20, 2025

Citizens Appreciate PM Modi's Effort to Foster Innovation and Economic Opportunity Nationwide