QuotePM to participate in Rashtriya Ekta Diwas celebrations
QuotePM to inaugurate and lay the foundation stone of various infrastructural and development projects worth over Rs 280 crore in Ekta Nagar
QuotePM to address the Officer Trainees of the 99th Common Foundation Course in Aarambh 6.0

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ଅକ୍ଟୋବର ୩୦ ରେ ସେ ଏକତା ନଗର, କେଭାଡିଆ ଯିବେ ଏବଂ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଏକତା ନଗରରେ ୨୮୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟା ପ୍ରାୟ ୬ ଟାରେ ସେ ଆରମ୍ଭ ୬.୦ରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କୁ ସମ୍ବୋଧିତ କରିବେ। ଅକ୍ଟୋବର ୩୧ ତାରିଖ ସକାଳ ପ୍ରାୟ ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ଏବଂ ଏହା ପରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯିବ ।

ପ୍ରଧାନମନ୍ତ୍ରୀ ଏକତା ନଗରରେ ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପଗୁଡିକ ପର୍ଯ୍ୟଟନ ଅଭିଜ୍ଞତାକୁ ବଢ଼ାଇବା, ଉପଲବ୍ଧତା ରେ ଉନ୍ନତି ଆଣିବା ଏବଂ ଏହି ଅଞ୍ଚଳରେ ସ୍ଥାୟୀତା ପଦକ୍ଷେପକୁ ସମର୍ଥନ କରିବା ଲକ୍ଷ୍ୟ ରଖିଛି ।

ପ୍ରଧାନମନ୍ତ୍ରୀ ଆରମ୍ଭ ୬.୦ରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀମାନଙ୍କୁ ସମ୍ବୋଧିତ କରିବେ । ଚଳିତ ବର୍ଷର କାର୍ଯ୍ୟକ୍ରମର ବିଷୟବସ୍ତୁ ହେଉଛି 'ଆତ୍ମନିର୍ଭର ଓ ବିକଶିତ ଭାରତର ରୋଡ୍ ମ୍ୟାପ୍'। ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମ - ଆରମ୍ଭ ୬.୦ - ଭାରତର ୧୬ଟି ସିଭିଲ୍ ସର୍ଭିସ୍ ଏବଂ ଭୁଟାନର ୩ଟି ସିଭିଲ୍ ସର୍ଭିସର ୬୫୩ ଜଣ ଅଫିସର ପ୍ରଶିକ୍ଷଣର୍ଥୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।

ଅକ୍ଟୋବର ୩୧ ରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେ ଏକତା ଦିବସ ଶପଥ ପାଠ କରାଇବେ ଏବଂ ଏକତା ଦିବସ ପରେଡ୍ ର ସାକ୍ଷୀ ହେବେ ଯେଉଁଥିରେ ୯ଟି ରାଜ୍ୟ ଏବଂ ୧ଟି କେନ୍ଦ୍ରଶାସିତ ଅଞ୍ଚଳର ୧୬ଟି ମାର୍ଚିଂ ଦଳ, ୪ଟି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ, ଏନସିସି ଏବଂ ଏକ ଶୋଭାଯାତ୍ରା ଦଳ ସାମିଲ ହେବେ । ଏନଏସଜିର ହେଲ୍ ମାର୍ଚ ଦଳ, ବିଏସଏଫ ଓ ସିଆରପିଏଫ ମହିଳା ଓ ପୁରୁଷ ବାଇକ୍ ଆରୋହୀଙ୍କ ଡେୟାରଡେଭିଲ୍ ସୋ, ବିଏସଏଫ ଦ୍ୱାରା ଭାରତୀୟ ମାର୍ଶାଲ ଆର୍ଟର ମିଶ୍ରଣ ଉପରେ ଏକ ଶୋ, ସ୍କୁଲ ପିଲାଙ୍କ ପାଇପ୍ ବ୍ୟାଣ୍ଡ୍ ଶୋ, ଭାରତୀୟ ବାୟୁସେନା ଦ୍ୱାରା 'ସୂର୍ଯ୍ୟ କିରଣ' ଫ୍ଲାଇପାଷ୍ଟ ଆଦି ବିଶେଷ ଆକର୍ଷଣ ରହିଛି।

 

  • Ganesh Dhore January 02, 2025

    Jay Bharat 🇮🇳🇮🇳
  • Avdhesh Saraswat December 27, 2024

    NAMO NAMO
  • Vivek Kumar Gupta December 25, 2024

    नमो ..🙏🙏🙏🙏🙏
  • Vivek Kumar Gupta December 25, 2024

    नमो ............................🙏🙏🙏🙏🙏
  • Gopal Saha December 23, 2024

    hi
  • Aniket Malwankar November 25, 2024

    #NaMo
  • Chandrabhushan Mishra Sonbhadra November 25, 2024

    🚩
  • கார்த்திக் November 24, 2024

    🪷ஜெய் ஸ்ரீ ராம்🌸जय श्री राम🌸જય શ્રી રામ🌺 🌸ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌺🌺 🌸জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌺🌺
  • Some nath kar November 23, 2024

    Jay Shree Ram 🙏🚩
  • Amit Choudhary November 21, 2024

    Jai ho ,Jai shree Ram ,Modi ji ki jai ho
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Cabinet approves $2.7 billion outlay to locally make electronics components

Media Coverage

Cabinet approves $2.7 billion outlay to locally make electronics components
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2025
March 29, 2025

Citizens Appreciate Promises Kept: PM Modi’s Blueprint for Progress