Quoteଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
Quoteଏହି ସମ୍ମିଳନୀର ଉଦ୍ଦେଶ୍ୟ ହେଉଛି ଓଡ଼ିଶାକୁ ପୂର୍ବୋଦୟ ପରିକଳ୍ପନାର ଆଧାର, ଭାରତର ଅଗ୍ରଣୀ ନିବେଶ ସ୍ଥଳୀ ଏବଂ ଶିଳ୍ପ କେନ୍ଦ୍ର ଭାବେ ପ୍ରତିଷ୍ଠିତ କରିବା
Quoteଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
Quoteଜାତୀୟ କ୍ରୀଡ଼ାର ବିଷୟବସ୍ତୁ: ସବୁଜ କ୍ରୀଡ଼ା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ଜାନୁଆରୀ ୨୮ ତାରିଖରେ ଓଡ଼ିଶା ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ। ୨୮ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଭୁବନେଶ୍ୱର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ। ଏହା ପରେ ସେ ଉତ୍ତରାଖଣ୍ଡର ଡେରାଡୁନ ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୬ଟାରେ ସେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିବେ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ। ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଏହି ପ୍ରମୁଖ ବିଶ୍ୱସ୍ତରୀୟ ନିବେଶ ସମ୍ମିଳନୀର ଲକ୍ଷ୍ୟ ହେଉଛି ରାଜ୍ୟକୁ ପୂର୍ବୋଦୟ ପରିକଳ୍ପନାର ଆଧାର ଏବଂ ଭାରତର ଏକ ଅଗ୍ରଣୀ ପୁଞ୍ଜି ବିନିଯୋଗ ଲକ୍ଷ୍ୟସ୍ଥଳୀ ତଥା ଶିଳ୍ପ କେନ୍ଦ୍ର ଭାବରେ ଅବସ୍ଥାପିତ କରିବା।

ପ୍ରଧାନମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀକୁ ମଧ୍ୟ ଉଦଘାଟନ କରିବେ ଯାହା ଏକ ସକ୍ରିୟ ଶିଳ୍ପ ଇକୋସିଷ୍ଟମ୍ ବିକାଶରେ ରାଜ୍ୟର ସଫଳତା ଉପରେ ଆଧାରିତ । ଏହି ଦୁଇ ଦିନିଆ ସମ୍ମିଳନୀ ଜାନୁଆରୀ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହା ଶିଳ୍ପପତି, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନଙ୍କ ପାଇଁ ଏକ ମଞ୍ଚ ଭାବେ କାର୍ଯ୍ୟ କରିବ, ଯେଉଁଠି ସେମାନେ ଏକ ପସନ୍ଦଯୋଗ୍ୟ ନିବେଶ ଗନ୍ତବ୍ୟସ୍ଥଳ ଭାବେ ଓଡ଼ିଶା ପ୍ରଦାନ କରୁଥିବା ସୁଯୋଗଗୁଡ଼ିକ ଉପରେ ଆଲୋଚନା କରିପାରିବେ। ଏହି ସମ୍ମିଳନୀରେ ବିଭିନ୍ନ ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ନେତାମାନଙ୍କ ମଧ୍ୟରେ ଗୋଲଟେବୁଲ ବୈଠକ, କ୍ଷେତ୍ରୀୟ ଅଧିବେଶନ, ବ୍ୟବସାୟିକ ବୈଠକ ଏବଂ ନୀତିଗତ ଆଲୋଚନା ଆୟୋଜନ କରାଯିବ, ଯାହା ସାରା ବିଶ୍ୱରେ ନିବେଶକମାନଙ୍କ ସହିତ ଲକ୍ଷ୍ୟବଦ୍ଧ ସମ୍ପର୍କ ସୁନିଶ୍ଚିତ କରିବ।

ଉତ୍ତରାଖଣ୍ଡରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିବେ। ଚଳିତ ଥର ଏହି ପ୍ରତିଯୋଗିତାର ରୌପ୍ୟ ଜୟନ୍ତୀ ସଂସ୍କରଣ ଉତ୍ତରାଖଣ୍ଡରେ ଆୟୋଜିତ ହେଉଛି ଏବଂ ଜାନୁଆରୀ ୨୮ରୁ ଫେବୃଆରୀ ୧୪ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ୮ଟି ଜିଲ୍ଲାର ୧୧ଟି ସହରରେ ଅନୁଷ୍ଠିତ ହେବ।

୩୬ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଏହି ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିବେ। ୧୭ ଦିନ ଧରି ୩୫ଟି କ୍ରୀଡା ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିମଧ୍ୟରୁ ୩୩ଟି କ୍ରୀଡ଼ା ପାଇଁ ପଦକ ପ୍ରଦାନ କରାଯିବ ଏବଂ ଦୁଇଟି ପ୍ରଦର୍ଶନୀ କ୍ରୀଡ଼ା ହେବ। ଯୋଗ ଏବଂ ମଲ୍ଲଖମ୍ବକୁ ପ୍ରଥମ ଥର ପାଇଁ ଜାତୀୟ କ୍ରୀଡ଼ାରେ ସାମିଲ କରାଯାଇଛି। ଏହି ପ୍ରତିଯୋଗିତାରେ ଦେଶର ବିଭିନ୍ନ ସ୍ଥାନରୁ ୧୦ ହଜାରରୁ ଅଧିକ ଆଥଲେଟ୍ ଅଂଶଗ୍ରହଣ କରିବେ।

ଦୀର୍ଘସ୍ଥାୟିତ୍ୱ ଉପରେ ଧ୍ୟାନ ଦେଇ, ଚଳିତ ବର୍ଷ ଜାତୀୟ କ୍ରୀଡ଼ାର ବିଷୟବସ୍ତୁ ‘‘ସବୁଜ କ୍ରୀଡ଼ା’’ ରଖାଯାଇଛି। ଏହି ସ୍ଥାନ ନିକଟରେ ଏକ ସ୍ୱତନ୍ତ୍ର ପାର୍କ, ଯାହାକୁ ସ୍ପୋର୍ଟସ୍ ଫରେଷ୍ଟ କୁହାଯାଏ, ବିକଶିତ କରାଯିବ, ଯେଉଁଠାରେ ଆଥଲେଟ୍ ଏବଂ ଅତିଥିମାନଙ୍କ ଦ୍ୱାରା 10,000 ରୁ ଅଧିକ ଚାରା ରୋପଣ କରାଯିବ। କ୍ରୀଡ଼ାବିତମାନଙ୍କ ପାଇଁ ପଦକ ଏବଂ ପ୍ରମାଣପତ୍ର ପରିବେଶ ଅନୁକୂଳ ଏବଂ ଜୈବ ବିଘଟନଶୀଳ ସାମଗ୍ରୀରୁ ପ୍ରସ୍ତୁତ କରାଯିବ।

 

  • AmpiliJayaprakash February 12, 2025

    🙏
  • Bhushan Vilasrao Dandade February 10, 2025

    जय हिंद
  • Dr Mukesh Ludanan February 08, 2025

    Jai ho
  • ram Sagar pandey February 07, 2025

    🌹🌹🙏🙏🌹🌹🌹🙏🏻🌹जय श्रीराम🙏💐🌹🌹🌹🙏🙏🌹🌹जय माँ विन्ध्यवासिनी👏🌹💐ॐनमः शिवाय 🙏🌹🙏जय कामतानाथ की 🙏🌹🙏जय माता दी 🚩🙏🙏जय श्रीकृष्णा राधे राधे 🌹🙏🏻🌹🌹🌹🙏🙏🌹🌹🌹🙏🏻🌹जय श्रीराम🙏💐🌹🌹🌹🙏🙏🌹🌹🌹🙏🏻🌹जय श्रीराम🙏💐🌹🌹🌹🙏🙏🌹🌹
  • Margang Tapo February 06, 2025

    bharat mata ki jai ❤️🇮🇳🙏🏻
  • Dr Swapna Verma February 06, 2025

    jay shree Ram
  • Umesh Agarwal February 05, 2025

    cc
  • Umesh Agarwal February 05, 2025

    mm
  • Umesh Agarwal February 05, 2025

    hh
  • Umesh Agarwal February 05, 2025

    omm
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India's first microbiological nanosat, developed by students, to find ways to keep astronauts healthy

Media Coverage

India's first microbiological nanosat, developed by students, to find ways to keep astronauts healthy
NM on the go

Nm on the go

Always be the first to hear from the PM. Get the App Now!
...
Prime Minister Narendra Modi greets the people of Arunachal Pradesh on their Statehood Day
February 20, 2025

The Prime Minister, Shri Narendra Modi has extended his greetings to the people of Arunachal Pradesh on their Statehood Day. Shri Modi also said that Arunachal Pradesh is known for its rich traditions and deep connection to nature. Shri Modi also wished that Arunachal Pradesh may continue to flourish, and may its journey of progress and harmony continue to soar in the years to come.

The Prime Minister posted on X;

“Greetings to the people of Arunachal Pradesh on their Statehood Day! This state is known for its rich traditions and deep connection to nature. The hardworking and dynamic people of Arunachal Pradesh continue to contribute immensely to India’s growth, while their vibrant tribal heritage and breathtaking biodiversity make the state truly special. May Arunachal Pradesh continue to flourish, and may its journey of progress and harmony continue to soar in the years to come.”