ଆର୍ମେନିଆର ପ୍ରଧାନମନ୍ତ୍ରୀ ଶ୍ରୀ ନିକୋଲ୍ ପାଶିନିଆନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ନିକଟେରେ ହୋଇଥିବା ସାଧାରଣ ନିର୍ବାଚନରେ ବିଜୟ ପାଇଁ ଫୋନ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ପାଶିନିଆନଙ୍କୁ ଧନ୍ୟବାଦ ଜଣାଇବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ସବୁ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ସହଯୋଗକୁ ଉଲ୍ଲେଖ କରିଛନ୍ତି ।
ଭାରତ-ଆର୍ମେନିଆ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ମଜଭୁତ କରିବା ଦିଗରେ କାର୍ଯ୍ୟ କରିବାକୁ ଉଭୟ ନେତା ସେମାନଙ୍କର ପ୍ରତିବଦ୍ଧତାକୁ ନିଶ୍ଚିତ କରିଛନ୍ତି ।
ଏହି ଅବସରରେ ଦୁଇ ନେତା ପରସ୍ପର ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ ।