ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡଃ ପି କେ ମିଶ୍ର ଆଜି ଅପରାହ୍ନରେ ପିଏମଓ ଠାରେ କ୍ୟାବିନେଟ ସଚିବ, ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଜାତୀୟ ବିପର୍ଯ୍ୟୟ ପ୍ରବନ୍ଧନ କର୍ତ୍ତୃପକ୍ଷଙ୍କ ସଦସ୍ୟମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ ।
ଯୋଶୀମଠର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏହି ବୈଠକରେ ଭିଡିଓ କନଫରେନ୍ସ ମାଧ୍ୟମରେ ଉପସ୍ଥିତ ରହିବେ ।
ଉତ୍ତରାଖଣ୍ଡର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମୀକ୍ଷା ବୈଠକରେ ଯୋଗ ଦେବେ ।