ନେପାଳର ତନହୁନ ଜିଲ୍ଲାରେ ହୋଇଥିବା ବସ୍ ଦୁର୍ଘଟଣାର ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସହାୟତା ରାଶି ଘୋଷଣା କରିଛନ୍ତି । ପିଏମ୍ଏନ୍ଆର୍ଏଫ୍ରୁ ପ୍ରତ୍ୟେତ ମୃତକଙ୍କ ପରିବାରବର୍ଗଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;
“ନେପାଳର ତନହୁନ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆର୍ରୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ ।”
The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the mishap in Tanahun district, Nepal. The injured would be given Rs. 50,000. https://t.co/qUtVrj4ipF
— PMO India (@PMOIndia) August 24, 2024