୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।
ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ଶ୍ରୀ ରାନିଲ ବିକ୍ରମସିଂହେ; ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜ୍ଜୁ; ସେସେଲ୍ସର ଉପ ରାଷ୍ଟ୍ରପତି ମହାମହିମ ଶ୍ରୀ ଅହମ୍ମଦ ଅଫିଫ୍; ବାଂଲାଦେଶର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ହସିନା; ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ; ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ 'ପ୍ରଚଣ୍ଡ'; ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ସେରିଙ୍ଗ ତୋବଗେ ଯୋଗ ଦେବା ପାଇଁ ଭାରତର ନିମନ୍ତ୍ରଣକୁ ସ୍ୱୀକାର କରିଛନ୍ତି ।

ଉପରୋକ୍ତ ନେତାମାନେ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ସହ ସେହି ଦିନ ସନ୍ଧ୍ୟାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ରପତି ଭବନରେ ଆୟୋଜିତ ଭୋଜିରେ ଯୋଗ ଦେବେ।
କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ନେତାମାନଙ୍କ ଗସ୍ତ ଭାରତର 'ପଡ଼ୋଶୀ ପ୍ରଥମ' ନୀତି ଏବଂ 'ସାଗର' ଦୃଷ୍ଟିକୋଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Govt saved 48 billion kiloWatt of energy per hour by distributing 37 cr LED bulbs

Media Coverage

Govt saved 48 billion kiloWatt of energy per hour by distributing 37 cr LED bulbs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 12, 2025
March 12, 2025

Appreciation for PM Modi’s Reforms Powering India’s Global Rise